ମିଶନ୍ ମୌସମ୍ ଅଭିଯାନର ଶୁଭାରମ୍ଭ କଲେ ମୋଦି

 ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିଛନ୍ତି । ଉସôବରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ୍ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।
ନିଜର ଦେଢ ଶହ ବର୍ଷର ଯାତ୍ରା ଲାଗି ଆଇଏମଡି ପକ୍ଷରୁ ଯୁବକମାନଙ୍କ ଲାଗି ଜାତୀୟ ପାଣିପାଗ ଅଲିମ୍ପିୟାଡର ଆୟୋଜନ କରାଯାଇଛି । ହଜାର ହଜାର ଛାତ୍ର ଏଥିରେ ଭାଗ ନେଇ ପାଣିପାଗ ବିଜ୍ଞାନ କ୍ଷେତ୍ରରେ ଅଧିକ ମନୋନିବେଶ କରିପାରିବେ ବୋଲି ମୋଦି କହିଛନ୍ତି । ଉସôବ ସ୍ଥଳୀରେ ଯୋଗ ଦେଇଥିବା ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଥିଲେ । କାର୍ଯ୍ୟକ୍ରମରେ ଭାଗ ନେଇଥିବା ଯୁବକମାନଙ୍କୁ ସେ ସାଧୁବାଦ ଜଣାଇଥିଲେ ।
ମକର ସଂକ୍ରାନ୍ତି ପାଖାପାଖି ୧୫ ଜାନୁୟାରୀ ୧୮୫୭ ମସିହାରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପିତ ହୋଇଥିଲା । ତେବେ ଆମେ ସମସ୍ତେ ମକର ସଂକ୍ରାନ୍ତିର ଗୁରୁତ୍ୱ ସମ୍ପର୍କରେ ଊଣା ଅଧିକେ ଅବଗତ ଅଛୁ ବୋଲି ମୋଦି କହିଥିଲେ । ଗୁଜରାଟରୁ ଆସିଥିବା କାରଣରୁ ଏହି ମକର ସଂକ୍ରାନ୍ତି ତାଙ୍କର ପ୍ରିୟ ପର୍ବ ବୋଲି ମୋଦି କହିଥିଲେ । ଏହି ସଂକ୍ରାନ୍ତିରେ କାପ୍ରିକନ ସୂର୍ଯ୍ୟ ମକର ରାଶିକୁ ପ୍ରବେଶ କରି ତାଙ୍କର ଉତ୍ତରାୟନ ହୋଇଥାଏ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶର ନାଗରିକମାନଙ୍କୁ ନିଜର ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଆଇଏମଡି ଭିଜନ ୨୦୪୭ ଡକୁ୍ୟମେଣ୍ଟକୁ ଏହି ଅବସରରେ ପ୍ରଧାନମନ୍ତ୍ରୀ ଉନ୍ମୋଚନ କରିଛନ୍ତି ।