ବାରିପଦାରେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ ବର୍ତ୍ତମାନ ବାରିପଦାରେ ପହଞ୍ଚିଛନ୍ତି । ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକେପ୍ଟରରେ ମୋଦୀ ବାରିପଦାରେ ପହଞ୍ଚିଛନ୍ତି । ସେ ବାରିପଦାର ଛଉପଡ଼ିଆରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।
ପରେ ଅପରାହ୍ନ ୨ଟାରେ ବାଲେଶ୍ୱର ଗସ୍ତ କରି ରେମୁଣା ସ୍ଥିତ ନରହରି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବେ। ଶେଷରେ ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଗସ୍ତ କରିବେ ପ୍ରଧାନମନ୍ତ୍ରୀ। ଅପରାହ୍ନ ୪ଟାରେ ବରୁଆ ପଡ଼ିଆରେ ବିଜୟ ସଂକଳ୍ପ ସମାବେଶ କାର୍ୟ୍ୟକ୍ରମରେ ଯୋଗଦେବେ। ଆଜି ପ୍ରଧାନମନ୍ତ୍ରୀ ତାଙ୍କ ପ୍ରଚାର ବେଳେ ଓଡ଼ିଶାବାସୀଙ୍କୁ କଣ କହିବେ, ତାହା ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି।