BSKY କାର୍ଡ ବଦଳରେ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା
ଭୁବନେଶ୍ୱର: ଓଡ଼ିଶାରେ ଭାଜପା ସରକାର ଗଢିଲେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମସ୍ତ ଲାଭାର୍ଥିମାନେ ଏହି ଆୟୁଷ୍ମାନ ଭାରତ ଯୋଜନାର ଲାଭ ପାଇବେ। ଏନେଇ ନିର୍ବାଚନ ପୂର୍ବରୁ ରାଜ୍ୟ ଭାଜପା ସଭାପତି ଘୋଷଣା କରିଥିଲେ ।
ସେପଟେ ଓଡ଼ିଶାରେ ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଏହି ଯୋଜନା ଅଧୀନରେ ଯୋଜନାରେ ବାର୍ଷିକ ୯୬.୫ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ପାଉଥିବା ବେଳେ ପାଖାପାଖି ଏତିକି ଲୋକ ଆୟୁଷ୍ମାନ ଭାରତର ଲାଭ ପାଇପାରନ୍ତି ବୋଲି କୁହାଯାଉଛି। ଭାଜପା ସରକାରକୁ ଆସିଲେ ରାଜ୍ୟରେ ଅନ୍ୟ ସମସ୍ତ ଯୋଜନା ଭଳି ଆୟୁଷ୍ମାନ ଭାରତ ଲାଗୁ କରାଯିବା ନେଇ ପ୍ରତିଶ୍ରୁତି ଦିଆଯାଇଥିଲା।