ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
 
                                ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ସମାରୋହରେ ସାମିଲ ହେବେ। ୧୯ ହଜାର କୋଟିର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପିଏମଙ୍କ ଗସ୍ତ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।ଆଜି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ୱ ଓ ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ। ଅତ୍ୟଧିକ ଭିଡ଼ ଓ ଟ୍ରାଫିକ୍ ସମସ୍ୟା ଆଶଙ୍କାରେ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।
 
 Rasmita Behera
                                    Rasmita Behera                                 
    
             
    
             
    
             
    
 
    
 
 
 
