୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି: ଶୁଭାରମ୍ଭ କରିବେ ସୁଭଦ୍ରା ଯୋଜନା

ଭୁବନେଶ୍ୱର : ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନ ମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରୁ ସୂଚନା ଦେଇଛନ୍ତି। ମୋଦି ତାଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ।