ମହିଳାଙ୍କ ହାତରୁ କ୍ଷିରୀ ଖାଇବେ ପ୍ରଧାନମନ୍ତ୍ରୀ

ମହିଳାଙ୍କ ହାତରୁ କ୍ଷିରୀ ଖାଇବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ବସ୍ତିକୁ ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ପିଏମ୍‌ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହାପରେ ଜନତା ମଇଦାନ ଆସିବେ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି।
ଅନ୍ୟପକ୍ଷେ ମୋଦିଙ୍କୁ କ୍ଷିରୀ ଖାଇବାକୁ ଦେବେ ମହିଳା। ଗାଡ଼କଣ ଗାଁକୁ ଯିବା ଅବସରରେ ତାଙ୍କୁ ଏହି କ୍ଷିରୀ ଖାଇବାକୁ ଦିଆଯିବ । ପିଏମ୍‌ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ଏନେଇ ପ୍ରସ୍ତୁତି ଚାଲିଛି। ତାଙ୍କ ବୋହୂ ସୁସ୍ବାଦୁ କ୍ଷିରୀ ପ୍ରସ୍ତୁତ କରିଛନ୍ତି। ଏନେଇ ସେ ବେଶ ଖୁସି ଅଛନ୍ତି। ତାଙ୍କ ହାତର କ୍ଷିରୀ ମୋଦି ଖାଇବେ ଏହା ତାଙ୍କ ପାଇଁ ବୋହୂତ ବଡ଼ କଥା ବୋଲି ସେ କହିଛନ୍ତି।