ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ। ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତସାବ୍ୟସ୍ତ କରିଛନ୍ତି।

ରାଜ୍ୟରେ ଆଜି ତୃତୀୟ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି।

ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।