୪ ନିର୍ବାଚନମଣ୍ଡଳୀରେ ଆଜି ପ୍ରଚାର କରିବେ ନବୀନ

ଭୁବନେଶ୍ୱର: ଆଜି ମୟୁରଭଞ୍ଜ, ବାଲେଶ୍ବର ଓ ଯାଜପୁର ଲୋକସଭା କ୍ଷେତ୍ରର ୪ଟି ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସକାଳ ସାଢେ ୧୧ଟାରେ ମୟୂରଭଞ୍ଜ ଲୋକସଭା କ୍ଷେତ୍ରର ରାଇରଙ୍ଗପୁରରେ ବିଶାଳ ଜନସଭାକୁ ନବୀନ ଉଦବୋଧନ ଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ବାରିପଦା ନିର୍ବାଚନମଣ୍ଡଳିରେ କ୍ୟାମ୍ପେନ କରିବେ । ଏହାପରେ ବାଲେଶ୍ବର ଓ ଶେଷରେ ଯାଜପୁର ଲୋକସଭା କ୍ଷେତ୍ରର କୋରେଇ ନିର୍ବାଚନମଣ୍ଡଳିରେ ଭୋଟ ଭିକ୍ଷା କରିବେ ।
ଚତୁର୍ଥ ପର୍ୟ୍ୟାରେ ରାଜ୍ୟର ଏହି ଲୋକସଭା କ୍ଷେତ୍ର ଗୁଡ଼ିକରେ ଜୁନ ଏକ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ ।