ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ,କାହିଁକି ଜାଣନ୍ତୁ

ଭୁବନେଶ୍ବର : ପୁରୀରେ ଚାପ ଖେଳ ବେଳେ ବାଣ ଫୁଟି ବହୁ ଲୋକ ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ସହ ବ୍ୟବସ୍ଥାର ତଦାରଖ ପାଇଁ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ସହିତ ସମସ୍ତ ଆହତଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ ଶ୍ରୀକ୍ଷେତ୍ର ଭଉଁରି ଯାତରେ ବୁଧବାର ଘଟିଛି ଅଘଟଣ। ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ବାଣ ଫୁଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସମସ୍ତଙ୍କୁ କଟକ ଓ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ଗୁରୁତରଙ୍କ ମଧ୍ୟରୁ ଅଧିକାଂଶ ଛୋଟ ଶିଶୁ ବି ରହିଛନ୍ତି। ଅଧିକାଂଶଙ୍କ ଶରୀର ୭୦ରୁ ୮୦ ପ୍ରତିଶତ ପୋଡ଼ି ଯାଇଛି।