ଭୋଟରଙ୍କୁ ଏହା କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ଚତୁର୍ଥ ତଥା ଅନ୍ତିମ ପର୍ୟ୍ୟାୟ ନିର୍ବାଚନରେ ଶନିବାର ମତଦାନ ଜାରି ରହିଛି। ଏପରିସ୍ଥଳେ ରାଜ୍ୟର ଭୋଟରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି। ସେ ନିଜ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ଗଣତନ୍ତ୍ରରେ ମତଦାନ ଆପଣଙ୍କ ଅଧିକାର। ଆପଣଙ୍କ ପ୍ରତିଟି ଭୋଟ୍ ଅତ୍ୟନ୍ତ ମୂଲ୍ୟବାନ। ଆସନ୍ତୁ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବା। ବିପୁଳ ସଂଖ୍ୟାରେ ମତଦାନ କରି ବିକାଶରେ ସହଭାଗୀ ସାଜିବା।
ପ୍ରକାଶ ଯେ ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଆଜି ୬଼ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ରର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି। ଏହି ପର୍ୟ୍ୟାୟରେ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି।
୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ବିଧାନସଭା ଆସନରେ ଲଢୁଛନ୍ତି ୩୯୪ ଜଣ ପ୍ରାର୍ଥୀ। ଏହି ପର୍ୟ୍ୟାୟରେ ମୋଟ୍ ୧୦ ହଜାର ୮୮୨ବୁଥ୍ କରାଯାଇଛି। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ହେଉଛି।