‘ମହାପ୍ରଭୁ କ୍ଷମା କରିଦିଅନ୍ତୁ’

ଭୁବନେଶ୍ୱର: ରଥଟଣାରେ ବିଭ୍ରାଟ ଓ ବିଶୃଙ୍ଖଳା ପାଇଁ ସରକାରଙ୍କୁ କଟାକ୍ଷ କରିବା ସହ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଯେଉଁମାନେ ଏଥିପାଇଁ ଦାୟୀ ସେମାନଙ୍କୁ ମହାପ୍ରଭୁ କ୍ଷମା କରିଦିଅନ୍ତୁ ବୋଲି କହିଛନ୍ତି । ସାମାଜିକ ଗଣମାଧ୍ୟମରେ ନବୀନ କରିଥିବା ପୋଷ୍ଟରେ ଉଲ୍ଳେଖ କରିଛନ୍ତିଯେ, ନନ୍ଦିଘୋଷ ରଥ ଟଣାରେ ଅଯଥା ବିଳମ୍ବ ପାଇଁ ପ୍ରଶାସନକୁ ଦୋଷାରୋପ କିମ୍ବା ଅଙ୍ଗୁଳି ନିଦେ୍ର୍ଦଶ କରିବାକୁ ଆମେ ଚାହୁଁନାହୁଁ । କିନ୍ତୁ ଆମ ରାଜ୍ୟର ତଥା କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଏହି ପବିତ୍ର ଉସôବରେ ଯେଉଁ ଅଘଟଣ ଘଟିଛି, ତାହାପ୍ରତି ଆମର ଗଭୀର ଚିନ୍ତା ଓ ଦୁଃଖ ପ୍ରକାଶ ନ'କରି ରହି ହେଉନାହିଁ ।
ଗତ ବର୍ଷ ଆଡ଼ପ ପହଣ୍ଡି ବିଜେ ସମୟରେ ଭଗବାନ ବଳଭଦ୍ର ପଡ଼ିଯିବା ଘଟଣାକୁ ଏଯାଏଁ ଆମେ କେହି ଭୁଲି ପାରୁନାହୁଁ । ଏହା ଏପରି ଏକ ମୁହୂର୍ତ୍ତ ଥିଲା ଯାହା ଅଗଣିତ ଶ୍ରଦ୍ଧାଳୁଙ୍କୁ ମର୍ମାହତ କରିଥିଲା । ଏବର୍ଷ, ସମସ୍ତେ ଦେଖିଲେ ନନ୍ଦିଘୋଷ ରଥ ସିଂହଦ୍ୱାର ସାମ୍ନାରେ ସନ୍ଧ୍ୟା ୭:୪୫ ପର୍ଯ୍ୟନ୍ତ ଅଟକି ରହିଥିଲା । ଦିନ ଶେଷ ହେବା ପୂର୍ବରୁ ମାତ୍ର କିଛି ମିଟର୍ ଗଡ଼ାଇ ଦିଆଗଲା । ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ଏହି ଅନନ୍ୟ ଉସôବ ଦେଖିବାକୁ ଆସିଥିବା ଲକ୍ଷ ଲକ୍ଷ ଭକ୍ତଙ୍କୁ ଏହା ସମ୍ପୂର୍ଣ୍ଣ ନିରାଶ ଓ ହତାଶ କରିଛି । ଭିଡ଼ ନିୟନ୍ତ୍ରଣରେ ଅପାରଗତା ହେତୁ ଶହ ଶହ ଭକ୍ତ ଆହତ ହୋଇଛନ୍ତି । ଆମେ କେବଳ ଏତିକି ପ୍ରାର୍ଥନା କରିପାରିବା: "ରଥଯାତ୍ରାର ଏହି ଦିବ୍ୟ ଉସôବରେ ହୋଇଥିବା ଭୟଙ୍କର ବିଭ୍ରାଟ ତଥା ବିଶୃଙ୍ଖଳା ପାଇଁ ଦାୟୀ ସମସ୍ତଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ କ୍ଷମା କରନ୍ତୁ । ମୁଁ ଆଶା କରିବି ଏହି ଘଟଣା ସରକାରରେ ଥିବା ସମସ୍ତଙ୍କ ମନରେ ଗଭୀର ଆତ୍ମଚିନ୍ତନ ଆଣିବ ।’ ଚକା ଆଖି ସବୁ ଦେଖୁଛି ବୋଲି ନବୀନ ଉଲ୍ଲେଖ କରିଛନ୍ତି ।