ନବୀନ ନିବାସରେ ପହଞ୍ଚିଲେ ରାଜ୍ୟପାଳ

ଭୁବନେଶ୍ୱର: ନବୀନ ନିବାସରେ ସୋମବାର ପହଞ୍ଚିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି। ସେ ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ନିକଟରେ ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇ ନବୀନ ଘରକୁ ଫେରିଥିବାବେଳେ ଆଜି ଭେଟିଛନ୍ତି ରାଜ୍ୟପାଳ। ସେହିପରି ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ନବୀନଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଯାହା ରାଜ୍ୟ ରାଜନୈତିକ ମହଲରେ ଚହଳ ପକାଇଥିଲା। ଉଲ୍ଲେଖଯୋଗ୍ୟ, ଜୁନ୍‌ ୨୦ରେ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ଅପରେଶନ ପାଇଁ ମୁମ୍ବାଇର ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୨ରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ସେଠାରେ ୨୧ ଦିନ ରହିବା ପରେ ସୁସ୍ଥ ହୋଇ ଜୁଲାଇ ୧୨ରେ ଭୁବନେଶ୍ୱର ଫେରିଥିଲେ।