ପାରାଦୀପରେ ହେବ ନୂଆ ଏୟାରପୋର୍ଟ : ୧୫ ଜିଲ୍ଲାରେ ହେବ ହେଲିପୋର୍ଟ
ଭୁବନେଶ୍ୱର: ପାରାଦୀପରେ ନୂଆ ବିମାନବନ୍ଦର ହେବ । ସେହିପରି ୧୫ ଜିଲ୍ଲାରେ ହେଲିପୋର୍ଟ ନିର୍ମାଣ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି ।
ଏନେଇ ଅନୁଷ୍ଠିତ ଏକ ବୈଠକରେ ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଛି । ଅପରପକ୍ଷରେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦରଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି ।
ଏଥିସହିତ ରାଜ୍ୟର ୧୫ ଜିଲ୍ଲାରେ ହେଲିପୋର୍ଟ ନିର୍ମାଣ ଏବଂ ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ରର ବିକାଶ ସମ୍ବନ୍ଧରେ ଏହି ବୈଠକରେ ଆଲୋଚନା ହୋଇଥିଲା । ନୋଡାଲ ଏଜେନ୍ସି ଭାବରେ ଏହି ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦର, ହେଲିପ୍ୟାଡ୍ ଏବଂ ଡ୍ରୋନ୍ ହବ୍ ସମେତ ରାଜ୍ୟରେ ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ସମ୍ବନ୍ଧରେ ଆଲୋଚନା କରିଥିଲେ । ରାଷ୍ଟ୍ରାୟତ୍ତ ବିମାନବନ୍ଦରଗୁଡ଼ିକର ଦ୍ଭ ୭ ପୃଷ୍ଠାରେ...