ପୁଣି ଓଡ଼ିଶା ପାଇଲା ଶ୍ରେଷ୍ଠ ରାଜ୍ୟ ପୁରସ୍କାର

ପୁଣି ଓଡ଼ିଶା ପାଇଲା ଶ୍ରେଷ୍ଠ କୃଷି ରାଜ୍ୟ ପୁରସ୍କାର। ଏଗ୍ରିକଲଚର ଟୁଡେ ଗ୍ରୁପ୍ ଦ୍ୱାରା ପ୍ରତିଷ୍ଠିତ ଏଗ୍ରିକଲଚର ଲିଡରସିପ୍ ପୁରସ୍କାରରେ ସମ୍ମାନିତ ହୋଇଛି ଓଡ଼ିଶା  । କୃଷି କ୍ଷେତ୍ରରେ ଭାରତର ଅଗ୍ରଣୀ ଗଣମାଧ୍ୟମ ଏଗ୍ରିକଲଚର ଟୁଡେ ଗ୍ରୁପ୍ ଦ୍ୱାରା ଆୟୋଜିତ ୧୬ତମ ଏଗ୍ରିକଲଚର ଲିଡରସିପ୍ କନକ୍ଲେଭରେ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି ପୁରସ୍କାରକୁ ଗ୍ରହଣ କରିଛନ୍ତି । ନୂଆଦିଲ୍ଲୀରେ ଏକ ଭବ୍ୟ କାର୍ଯ୍ୟକ୍ରମରେ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ, ଭାରତର ପୂର୍ବତନ ମୁଖ୍ୟ ବିଚାରପତି ତଥା ପୁରସ୍କାର କମିଟିର ଅଧ୍ୟକ୍ଷ ନ୍ୟାୟମୂର୍ତ୍ତି ପି. ସଥାଶିବମ୍ ଏବଂ ବିଶିଷ୍ଟ ଅତିଥିମାନଙ୍କ ଉପସ୍ଥିତିରେ ଏହି ସମ୍ମାନ ପ୍ରଦାନ କରାଯାଇଛି ।