ଆଜିଠାରୁ ନାମାଙ୍କନ, ପ୍ରକାଶ ପାଇଲା ବିଜ୍ଞପ୍ତି
odisha election
ଭୁବନେଶ୍ୱର : ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟରୁ ହିଁ ପ୍ରଥମ ଦଫା ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ । ଅପ୍ରେଲ ୧୮ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ସହ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଯିବ । ଯାହାଫଳରେ ରାଜନୀତିକ ମାହୋଲ ଆହୁରି ସରଗରମ ହୋଇଯିବ ।
ଏହି ପର୍ଯ୍ୟାୟରେ ଅପ୍ରେଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରିରହିବ । ଅପ୍ରେଲ’ ୨୯ରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା ସହ ତିନି ପ୍ରମୁଖ ଦଳ ବିଜେଡ଼ି, ବିଜେପି ଓ କଂଗ୍ରେସ ଜୋରଦାର ପ୍ରଚାର ଆରମ୍ଭ କରିଦେବେ । ମେ’ ୧୩ରେ ଭୋଟ ଗ୍ରହଣ ହେବ ।
କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଲୋକସଭା ଆସନ ସହ ନୂଆପଡ଼ା, ଖରିଆର, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର, କୋରାପୁଟ, ପଟାଙ୍ଗୀ, ମାଲକାନାଗିରି ଓ ଚିତ୍ରକୋଣ୍ଡା ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ।