ମହଙ୍ଗା ହେବ ଓମଫେଡ କ୍ଷୀର

ମହଙ୍ଗା ହେବ ଓମଫେଡ କ୍ଷୀର

ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ଲିଟର ପିଛା ଆଉ ୩ ଟଙ୍କା ଅଧିକ ମିଳିବ  । ସେହିପରି ଦୁର୍ଘଟଣାରେ ମୃତୁ୍ୟ ହେଲେ ୧ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ  । ଅପରପକ୍ଷରେ ଓମଫେଡ଼ କ୍ଷୀର ଦାମ ଲିଟର ପିଛା ୨ ଟଙ୍କା ବଢ଼ିବ  । ୪ ଟଙ୍କା ବଢ଼ିବାର ଥିବାବେଳେ ରାଜ୍ୟ ସରକାର ୨ ଟଙ୍କା ବହନ କରିବାକୁ ନିଷ୍ପତ୍ତି ନେଇଛନ୍ତି  । ବିଶ୍ୱ ଦୁଗ୍ଧ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି  । 
ରାଜ୍ୟ ସରକାରଙ୍କ ମସô୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଲୋକସେବା ଭବନ ସମ୍ମିଳନୀ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ୱ ଦୁଗ୍ଧ ଦିବସ-୨୦୨୫ ପାଳିତ ହୋଇଛି  । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଓମଫେଡ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରିବା ସହିତ ଓମଫେଡ ଚାଷୀମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତୁ୍ୟ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓମଫେଡ୍ ବାଲ୍ଟି ଦହି, ଏ-୨ ମିଲ୍କ, ଏ-୨ ଘିଅର ଉଦ୍ଘାଟନ କରିଥିଲେ  । ଏହି ଅବସରରେ କାମଧେନୁ ଯୋଜନା ଅନ୍ତର୍ଗତ ଗୋପାଳନ, ମଇଁଷି ଉଦ୍ୟୋଗ ବିକାଶ, ମାଈ ବାଛୁରୀ ପାଳନ, ଗୋମହିଷାଦିଙ୍କ ବୀମାକରଣ, ଗୋପାଳକଙ୍କ ଆୟବୃଦ୍ଧି ନିମନ୍ତେ ନଗଦ ପ୍ରୋସôାହନ ଏବଂ ଘାସ ଚାଷ ପାଇଁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ  ।
୨୦୨୪-୨୫ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ପ୍ରାୟ ୩ ଲକ୍ଷ ଗୋପାଳକଙ୍କୁ ୭୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା  । ରାଜ୍ୟର ୭୭ ପଞ୍ଜିକୃତ ଗୋଶାଳାରେ ଅସହାୟ ଗାଈଗୋରୁଙ୍କ ରକ୍ଷଣାବେକ୍ଷଣ ପାଇଁ ପ୍ରାଣୀକଲ୍ୟାଣ ସଂଗଠନମାନଙ୍କୁ ସାଢ଼େ ୧୦ କୋଟିର ଆର୍ଥିକ ସହାୟତା ବଣ୍ଟନ କରିଥିଲେ  ।   
ସୂଚନାଯୋଗ୍ୟ, ପୋଷଣୀୟ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିରେ ପ୍ରାଣୀପାଳକଙ୍କ ଅବଦାନ, ସୁଷମ ଖାଦ୍ୟ ମଧ୍ୟରେ ଦୁଗ୍ଧର ଉପକାରିତା ସମ୍ପର୍କରେ  ବ୍ୟାପକ ପ୍ରଚାର ପ୍ରସାର ଲକ୍ଷ୍ୟରେ ୨୦୦୧ରୁ ପ୍ରତ୍ୟେକ ବର୍ଷ ଜୁନ ମାସ ୧ରେ ବିଶ୍ୱ ଦୁଗ୍ଧ ଦିବସ ପାଳନ କରାଯାଉଛି  । ଚଳିତ ବର୍ଷର ଥିମ ରହିଛି ‘ଲେଟସ୍ ସେଲିବ୍ରେଟ୍ ଦ ପାୱାର ଅଫ୍ ଡେରୀ ବା ଆସନ୍ତୁ, ଦୁଗ୍ଧ ଶକ୍ତି ପାଳନ କରିବା ।’ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ,  ଦୁଗ୍ଧ ଉତ୍ପାଦନ ଆମ ଗ୍ରାମୀଣ ଅର୍ଥନୀତିର ଏକ ପ୍ରମୁଖ ଅଙ୍ଗ । ଏହା କେବଳ ଏକ ଆୟର ଉସô ନୁହେଁ, ବରଂ ଆମ ସମାଜରେ ପୁଷ୍ଟିକର ଖାଦ୍ୟ ଯୋଗାଇବାରେ ମଧ୍ୟ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି । ଆମ ରାଜ୍ୟରେ ୨୦୨୩-୨୪ ବର୍ଷରେ ୨୬.୪ ଲକ୍ଷ ମେଟ୍ରିକ ଟନ୍ ଦୁଗ୍ଧ ଉତ୍ପାଦିତ ହୋଇଥିବା ବେଳେ ଏହାକୁ ଆଗାମୀ ୫ ବର୍ଷରେ ଦ୍ୱିଗୁଣିତ କରିବା ପାଇଁ  ଆମ ସରକାର ପ୍ରୟାସଶୀଳ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ ରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି  । ଗତ ୨୦୨୪-୨୫ରେ ଏହି ଯୋଜନାରେ ୩ ଲକ୍ଷ ହିତାଧିକାରୀ ୭୧ କୋଟି ଟଙ୍କାର ଅନୁଦାନ ରାଶି ପାଇ ଉପକୃତ ହୋଇସାରିଲେଣି ।  ୧୮୬ କୋଟି ଟଙ୍କା ବ୍ୟୟ ଅଟକଳରେ ‘ମୁଖ୍ୟମନ୍ତ୍ରୀ ପ୍ରାଣୀକଲ୍ୟାଣ ଯୋଜନା’ର ଶୁଭାରମ୍ଭ କରିଛନ୍ତି  । ଏହି ଯୋଜନାରେ ବୁଲା ଓ ଅସହାୟ ଗୋରୁଗାଈଙ୍କ ଖାଦ୍ୟ, ରକ୍ଷଣାବେକ୍ଷଣ ଓ ପରିଚାଳନା ନିମନ୍ତେ ପଞ୍ଜୀକୃତ ଗୋଶାଳାଗୁଡିକୁ ଗୋରୁ ପିଛା ଦୁଇଟି କିସ୍ତିରେ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ଦିଆଯାଉଛି ।  ଆଜିଠାରୁ ରାଜ୍ୟର ଓମଫେଡ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ । ଖାଉଟିମାନଙ୍କ ପାଇଁ ବୃଦ୍ଧି ହେବାକୁ ଥିବା ଲିଟର ପ୍ରତି ୪ ଟଙ୍କାରୁ ୨ ଟଙ୍କା ସରକାର ବହନ କରିବେ । ଏହାଦ୍ୱାରା ରାଜ୍ୟର ପ୍ରାୟ ୨.୫ ଲକ୍ଷ ଗୋପାଳକ ସିଧାସଳଖ ଲାଭବାନ ହୋଇପାରିବେ । ଓଡ଼ିଶା ଏକ ଦୁଗ୍ଧ ଉତ୍ପାଦନ ରାଜ୍ୟ ଭାବରେ ଦେଶରେ ଏକ ମଡେଲ୍ ସ୍ଥାନ ନେଉ  । ଆମେ ସମସ୍ତେ ମିଳିତ ଭାବେ ଦୁଗ୍ଧ ସମୃଦ୍ଧ ଓଡ଼ିଶା, ସୁସ୍ଥ ଓଡ଼ିଶା ନାରାକୁ ସାକାର କରିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ପରିଶେଷରେ କହିଥିଲେ  । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମସô୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି  । କାର୍ଯ୍ୟକ୍ରମରେ ମସô୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ସ୍ୱାଗତ ଭାଷଣ ଦେଇଥିବା ବେଳେ ପ୍ରାଣୀପାଳନ ଓ ପ୍ରାଣୀଚିକିସôା ନିଦେ୍ର୍ଦଶକ ବିଜୟ ଅମୃତା କୁଲାଙ୍ଗେ ଧନ୍ୟବାଦ ଦେଇଥିଲେ ।