୬୦ ବର୍ଷ ହୋଇଥିବା ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍

୬୦ ବର୍ଷ ହୋଇଥିବା ସୁଭଦ୍ରା ହିତାଧିକାରୀଙ୍କୁ ପେନସନ ମିଳିବ। ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି କରାଯାଇଛି । ୬୦ ବର୍ଷ ବୟସ ହେବା ପରେ ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଯେକୌଣସି ଅଧୀନରେ ସାମାଜିକ ସୁରକ୍ଷା ପେନସନ ପାଇଁ ଯୋଗ୍ୟ ହୋଇପାରିବେ ।
ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀ ସିଧାସଳଖ ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମରେ ଆସିବେ ନାହିଁ । ସେମାନେ ୬୦ବର୍ଷ ପରେ ଆବେଦନ କରିବାକୁ ପଡ଼ିବ। ପ୍ରଥମେ ବୟସ୍କ, ଦୁର୍ବଳ ଓ ଅପେକ୍ଷା ତାଲିକାରେ ଥିବା ଲୋକଙ୍କୁ ଅଧିକ ପ୍ରାଥମିକତା ମିଳିବ। ଏନେଇ ସାମାଜିକ ସୁରକ୍ଷା ସଶକ୍ତିକରଣ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି।