ଯୁକ୍ତ ୩ ନାମଲେଖା ନିୟମରେ ପରିବର୍ତ୍ତନ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ହେବ ପରିବର୍ତ୍ତନ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଛାତ୍ରୀଛାତ୍ର ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ। ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ୱେବସାଇଟ ଆଉଥରେ ଖୋଲାଯାଇଛି। ଆସନ୍ତାବର୍ଷଠୁ ଏହାକୁ କଡ଼ାକଡ଼ି ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।