+୨ କଳା ପରୀକ୍ଷା ଆରମ୍ଭ: ୫ଟି କେନ୍ଦ୍ରରେ ୧୦୭୩ ପରୀକ୍ଷାର୍ଥୀ
ବୁଗୁଡ଼ା: +୨ କଳା ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ବୁଗୁଡ଼ା ଅଞ୍ଚଳର ୫ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୧୦୯୪ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୦୭୩ ପରୀକ୍ଷା ଦେଇଥିବା ବେଳେ ୨୧ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ରହିଥିବା ଜଣାଯାଇଛି । ବୁଗୁଡ଼ା ପିପୁଲ୍ସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍ ଆତ୍ମ ପ୍ରକାଶ ନାୟକଙ୍କ ତତ୍ତ୍ୱାବଧାନରେ ୪୨୮ରୁ ୪୨୧ ଜଣ ଓ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍ ମନୋଜ କୁମାର ସ୍ୱାଇଁଙ୍କ ତତ୍ତ୍ୱାବଧାନରେ ୧୬୦ରୁ ୧୫୬ ଜଣ , ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚÿ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଡେଣ୍ଟ ସରୋଜ କାନ୍ତ ଦାସଙ୍କ ତତ୍ତ୍ୱାବଧାନରେ ୨୯୭ରୁ ୨୯୪ ଜଣ ଓ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍ ଦିଲ୍ଲୀପ କୁମାର ଆଚାର୍ଯ୍ୟଙ୍କ ତତ୍ତ୍ୱାବଧାନରେ ୧୪୦ରୁ ୧୩୯ ଜଣ, କରଚୁଲି ଶକୁନ୍ତଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍ ଗଦାଧର ମିଶ୍ରଙ୍କ ତତ୍ତ୍ୱାବଧାନରେ ୬୯ରୁ ୬୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ତେବେ ପିପୁଲ୍ସ କଲେଜ କେନ୍ଦ୍ରରେ ପିପୁଲ୍ସ କଲେଜର ଛାତ୍ରଛାତ୍ରୀଙ୍କ ସମେତ ବାଲିପଦରସ୍ଥ ଅହଲ୍ୟା ଦେବୀ ଉଚ୍ଚÿ ମାଧ୍ୟମିକ ବିଦ୍ୟାଳୟ ଓ ବାଲୁଙ୍କଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । କପିକୁ ରୋକିବା ପାଇଁ ପରୀକ୍ଷାର୍ଥୀଙ୍କୁ କଡାକଡି ଭାବେ ଯାଞ୍ଚ କରାଯାଇଥିବା ବେଳେ ଉକ୍ତ ୫ଟି କେନ୍ଦ୍ରରେ ଶାନ୍ତିଶୃଙ୍ଖଳାର ସହ ପ୍ରଥମ ଦିନର ପରୀକ୍ଷା ସମ୍ପନ୍ନ ହୋଇଥିବା ଜଣାଯାଇଛି ।