ସଦାଶିବଙ୍କ ଭଳି ରାଜନେତା ବିରଳ
ଭୁବନେଶ୍ୱର : ଡଃ ସଦାଶିବ ତ୍ରିପାଠୀଙ୍କ ଭଳି ଜଣେ ସତ୍ୟନିଷ୍ଠ ସ୍ୱାଧୀନତା ସଂଗ୍ରାମୀ, ନିଷ୍କଳଙ୍କ ଓ ଆଦର୍ଶ ରାଜନେତା ଓ ସଫଳ ପ୍ରଶାସକ ବିରଳ ବୋଲି ସ୍ଥାନୀୟ ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଶବରୀ ସାଂସ୍କୃତିକ ସଂସଦ, ଭୁବନେଶ୍ୱରର ଯୁଗ୍ମ ଆନୁକୂଲ୍ୟରେ ଆୟୋଜିତ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ସଦାଶିବ ତ୍ରିପାଠୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉସôବରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।
ଉସôବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯାଜପୁର ସାଂସଦ ଡ଼. ରବୀନ୍ଦ୍ର ନାରାୟଣ ବେହେରା, ଡଃ ସଦାଶିବ ତ୍ରିପାଠୀଙ୍କ ଅମ୍ଳାନ ଜୀବନାଦର୍ଶ ଓ ସ୍ମୃତି ଉଦେ୍ଦଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଓଡ଼ିଶାର ପ୍ରାକ୍ତନ ପ୍ରଧାନ ମୁଖ୍ୟ ଆୟକର ଆୟୁକ୍ତ ମନୋରଞ୍ଜନ ପାଣିଗ୍ରାହୀ ମୁଖ୍ୟବକ୍ତା, ଶ୍ୟାମାପ୍ରସାଦ ମୁଖାର୍ଜୀ ଫାଉଣ୍ଡେସନ୍ର ଉପଦେଷ୍ଟା ଗୋଲକ ପ୍ରସାଦ ମହାପାତ୍ର ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ନିଦେ୍ର୍ଦଶକ ବୈଷୟିକ ସୁରେନ୍ଦ୍ର ନାଥ ପରିଡା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଶବରୀ ସାଂସ୍କୃତିକ ସଂସଦର ଉପ ସଭାପତି ଇଂ ଗୋଦାବରୀଶ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଲୋକସମ୍ପର୍କ ଅଧିକାରୀ ରୋଜାଲିନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।
ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିଦେ୍ର୍ଦଶକ ସନ୍ତୋଷ କୁମାର ଦାସ, ଉପନିଦେ୍ର୍ଦଶକ ସୁଚେତା ପ୍ରିୟଦର୍ଶିନୀ, ଜୟଦେବ ଭବନର ଉପନିଦେ୍ର୍ଦଶକ ଦୀପ୍ତିମୟୀ ମହାପାତ୍ର, ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧ ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।