ନିମାପଡ଼ାରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

ନିମାପଡ଼ାରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

ନିମାପଡ଼ାରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

•    ଏ ସରକାର ହେଉଛି ଆପଣମାନଙ୍କ ସରକାର, ଚାଷୀଭାଇମାନଙ୍କ ସରକାର, ଯୁବପିଢ଼ିର ସରକାର

•    ଓଡ଼ିଶାବାସୀଙ୍କ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଏତେ ଭଲପାଇବା ଦେଖି ବିରୋଧିଙ୍କ ମୁଣ୍ଡ କାମ କରୁନାହିଁ

•    ବାହାରୁ ବଡ଼ ବଡ଼ ନେତା ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନିତ କରୁଥିବା ଲୋକମାନଙ୍କୁ ଆପଣମାନେ ମୁହଁତୋଡ଼ ଜବାବ ଦେବେ

•    ସେମାନଙ୍କ ମଧ୍ୟରେ ଆସାମର ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି, ମୁଁ ତାଙ୍କୁ କହିବାକୁ ଚାହେଁ ଯେ, ନବୀନ ବାବୁ ଆପଣଙ୍କ ଗୁରୁଙ୍କ ଗୁରୁ ସହିତ କାମ କରିଛନ୍ତି, ବାଜପେୟୀଙ୍କ ସରକାରରେ ନବୀନ ବାବୁ କ୍ୟାବିନେଟ୍‍ ମନ୍ତ୍ରୀ ଥିଲେ, ଆପଣ ସେତେବେଳେ ଓକିଲାତି କରୁଥିଲେ

•    ଆସାମ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କ ଠାରୁ ସଂସ୍କାର ଶିଖନ୍ତୁ, ଓଡ଼ିଶା କେବେ ଅତିଥିଙ୍କୁ ଏମାଟିରେ ଅସମ୍ମାନିତ କରେ ନାହିଁ, ମହାପ୍ରଭୁ ତାଙ୍କୁ ସଦ୍‍ବୁଦ୍ଧି ଦିଅନ୍ତୁ, ଆମ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନିତ କରନ୍ତୁ ନାହିଁ

•    ବିରୋଧୀ ଦଳ ବିଜୁ ଜନତା ଦଳର କର୍ମୀମାନଙ୍କୁ ଧମକ ଦେଉଛନ୍ତି, ଆକ୍ରମଣ କରୁଛନ୍ତି, ଏଇଟା ଭଲ ନୁହେଁ, ଆମେ କୌଣସି କର୍ମୀଙ୍କ ଦେହରେ କାହାକୁ ହାତ ଲଗେଇବାକୁ ଦେବୁନାହିଁ

•    ମୁଖ୍ୟମନ୍ତ୍ରୀ ଶାନ୍ତିରେ ବିଶ୍ୱାସ କରନ୍ତି

•    ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା ମାଲକାନଗିରିରୁ ମୟୁରଭଞ୍ଜ, ସୁନ୍ଦରଗଡ଼ରୁ ଜଗତ୍‍ସିଂହପୁର ପର୍ଯ୍ୟନ୍ତ ଜାଣିଗଲେଣି, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ

•    ଶପଥ ନେବା ପରେ ପ୍ରଥମ ଦସ୍ତଖତ ହେବ, ଓଡ଼ିଶାର ୯୦ ପ୍ରତିଶତ ଲୋକଙ୍କ ପାଇଁ ବିଜୁଳି ବିଲ୍‍ ଛାଡ଼ ହେବ

•    ଦ୍ୱିତୀୟ ଦସ୍ତଖତ ହେବ ବି,ଏସ୍‍.କେ.ୱାଇରେ ସମସ୍ତେ ସାମିଲ ହେବେ, ବି.ପି.ଏଲ୍‍ କାର୍ଡ ନଥିଲେ ଏପରିକି ସରକାରୀ ଚାକିରିରେ ଥିଲେ ମଧ୍ୟ ସମସ୍ତେ ବି.ଏସ୍‍.କେ.ୱାଇ କାର୍ଡ ପାଇବେ

•    ତୃତୀୟରେ ମିଶନଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ପେନ୍‍ସନ୍‍ ସୁବିଧା

•    ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପି କହୁଛି ମାଗଣା ବିଜୁଳି ଦେବ

•    ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ, ସୋଲାର ପ୍ୟାନେଲ ମାଧ୍ୟମରେ ସୂର୍ଯ୍ୟକିରଣରୁ ବିଜୁଳି ପାଇବେ, ଦିନରେ ଲଣ୍ଠନ ଦେଖାଉଛନ୍ତି, ଏମାନଙ୍କୁ ଚିହ୍ନିକି ରଖନ୍ତୁ

•    ସୋମନାଥ ମନ୍ଦିର ପାଇଁ ୫ କୋଟି ଟଙ୍କା, ଜଟେଶ୍ୱର ମନ୍ଦିର ପାଇଁ ୧.୫୦ କୋଟି ଟଙ୍କା, ଅମରେଶ୍ୱର ମନ୍ଦିର ପାଇଁ ୧.୫୦ କୋଟି ଟଙ୍କା, ମତ୍ସ୍ୟଜୀବୀମାନଙ୍କ କଲ୍ୟାଣ ପାଇଁ ୧୫ ହଜାର ଟଙ୍କାର ପ୍ୟାକେଜ୍‍, ପାନ ଚାଷ ଲାଗି ସ୍ୱତନ୍ତ୍ର ଯୋଜନା ମୁଖ୍ୟମନ୍ତ୍ରୀ କରିଛନ୍ତି

•    ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ନଜର ନିମାପଡ଼ା ଉପରେ ରହିବ, ଆପଣମାନଙ୍କୁ କେହି ବି ହଇରାଣ କରିପାରିବେ ନାହିଁ