ଜିଲା ପ୍ରଶାସନର ନିର୍ବାଚନୀ ପ୍ରସ୍ତୁତି

ଖୋର୍ଦ୍ଧା, : ଖୋରଧା ଜିଲ୍ଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ୟ ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ମର୍ମରେ ଜିଲ୍ଲାପାଳଙ୍କ ସମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଚଞ୍ଚଳ ରାଣା କହିଛନ୍ତି ଯେ ଆସନ୍ତା ୨୩ ତାରିଖରେ ଜୟଦେବ, ଜଟଣୀ, ବେଗୁନିଆ ଓ ଚିଲିକା ନିମନ୍ତେ ପୁଲିଂ ପାର୍ଟିମାନେ ବୁଥ୍ ଅଭିମୁଖେ ଯାତ୍ରା କରିବେ ୟ ସେହିଭଳି ୨୪ ତାରିଖରେ ଭୁବନେଶ୍ୱର (ମଧ୍ୟ), ଭୁବନେଶ୍ୱର (ଉତ୍ତର), ଏକାମ୍ର ଏବଂ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ନିମନ୍ତେ ପୁଲିଂ ପାର୍ଟିମାନେ ବୁଥ୍ ଅଭିମୁଖେ ଗସ୍ତ କରିବେ ୟ ଜୟଦେବ, ଭୁବନେଶ୍ୱର (ମଧ୍ୟ), ଭୁବନେଶ୍ୱର (ଉତ୍ତର), ଏକାମ୍ର ଏବଂ ଜଟଣୀ ନିମନ୍ତେ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ, ଚିଲିକା ର୍ନିବାଚନ ମଣ୍ଡଳୀ ନିମନ୍ତେ ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟ, ବେଗୁନିଆ ଓ ଖୋରଧା ନିମନ୍ତେ ଜିଲ୍ଲା ପଣ୍ୟାଗାରରେ ଷ୍ଟ୍ରଙ୍ଗରୁମ୍ର ବ୍ୟବସ୍ଥା କରାଯାଇଛି । ଏଠାରୁ ପୁଲିଂ ପାର୍ଟିମାନେ ସଂପୃକ୍ତ ବୁଥ୍ ନିମନ୍ତେ ଯାତ୍ରା କରି ମତଦାନ ପରେ ଇଭିଏମ୍ଗୁଡ଼ିକୁ ଉକ୍ତ ସ୍ଥାନରେ ଦାଖଲ କରିବେ ୟ ଚଳିତ ର୍ନିବାଚନ ନିମନ୍ତେ ମୋଟ ୯୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି ୟ ଜୟଦେବ ର୍ନିବାଚନ ମଣ୍ଡଳୀରେ ୮ ଜଣ, ଭୁବନେଶ୍ୱର (ମଧ୍ୟ)ରେ ୧୩ ଜଣ, ଭୁବନେଶ୍ୱର (ଉତ୍ତର)ରେ ୧୨ ଜଣ, ଏକାମ୍ରରେ ୧୨ ଜଣ, ଜଟଣୀରେ ୯ ଜଣ, ବେଗୁନିଆରେ ୧୧ ଜଣ, ଚିଲିକାରେ ୧୦ ଜଣ, ଖୋରଧାରେ ୮ ଜଣ ଏବଂ ଭୁବନେଶ୍ୱର ଲୋକସଭା ପାଇଁ ୧୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି ।