ରାଜନୀତିରୁ ଅବସର ଘୋଷଣା ନେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର:: ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ବିଜେଡି ନେତା ତଥା ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ । ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି । ଗତକାଲି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଉଭୟ ଲୋକସଭା ଓ ରାଜ୍ୟସଭାରେ ତାଙ୍କୁ ସୁଯୋଗ ଦେଇଥିବାରୁ କୃତଜ୍ଞତା ଜଣାଇଲେ । ତେବେ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେବା ପରେ ସେ ସମାଜସେବାରେ ସକ୍ରିୟ ରହିବେ ବୋଲି କହିଛନ୍ତି ଅଚ୍ୟୁତ । ଦୀର୍ଘ ୩୨ବର୍ଷ ଧରି ସେ ଜାରି ରଖିଥିବା ସମାଜସେବା ପୂର୍ବବତ ଜାରି ରହିବ ଏବଂ ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଶ୍ରୀ ସାମନ୍ତ ପ୍ରକାଶ କରିଛନ୍ତି। ଚଳିତ ନିର୍ବାଚନରେ ସେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ।
୨୦୧୮ ମସିହା ୭ ମାର୍ଚ୍ଚରେ ଅଚ୍ୟୁତ ସାମନ୍ତ ରାଜନୀତିରେ ପ୍ରବେଶ କରିଥିଲେ । ସେ ବିଜୁ ଜନତା ଦଳରେ ଯୋଗଦାନ କରିଥିଲେ । ୨୦୧୮ ୪ ଅପ୍ରେଲରେ ସେ ରାଜ୍ୟସଭା ଯାଇଥିଲେ । ୨୦୧୯ ନିର୍ବାଚନରେ କନ୍ଧମାଳରୁ ବିଜେଡିର ଲୋକସଭା ପ୍ରାର୍ଥୀ ଭାବେ ବିଜେପିର ଖାରବେଳ ସ୍ୱାଇଁଙ୍କୁ ପରାସ୍ତ କରି ଏକ ଲକ୍ଷ ଭୋଟରେ ନିର୍ବାଚନ ଜିତିଥିଲେ । କିନ୍ତୁ ୨୦୨୪ ନିର୍ବାଚନରେ ପରାସ୍ତ ବରଣ କରିଥିଲେ ।