ଆଜିଠୁ ୫ ଜିଲ୍ଲା ଗସ୍ତରେ ଯିବେ ପ୍ରଭାତୀ : କୋରାପୁଟରୁ ବାଣ୍ଟିବେ ସୁଭଦ୍ରା ତୃତୀୟ କିସ୍ତି

ଭୁବନେଶ୍ୱର: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆସନ୍ତାକାଲି ଠାରୁ ପାଞ୍ଚଦିନ ଯାଏଁ ୫ଟି ଜିଲ୍ଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର ଗସ୍ତ କରିବେ । ଏହି ଗସ୍ତ କାର୍ଯ୍ୟକ୍ରମରେ ଶ୍ରୀମତୀ ପରିଡା କୋଟିଆ ଗସ୍ତ କରି କୋଟିଆ ଅଞ୍ଚଳର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସହିତ ସୁଭଦ୍ରା ଯୋଜନାର ସମୀକ୍ଷା କରିବେ । ଏହା ସହ ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟରେ ଆୟୋଜିତ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ସମାରୋହରେ ଯୋଗ ଦେବେ । ଶ୍ରୀମତୀ ପରିଡା ୫ଟି ଜିଲ୍ଲାରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନାଗୁଡିକର ସମୀକ୍ଷା କରିବା ସହ ଆଗାମୀ କାର୍ଯ୍ୟକ୍ରମ ଓ ପ୍ରକଳ୍ପଗୁଡିକର କାର୍ଯ୍ୟନ୍ୱୟନ ସମୀକ୍ଷା କରିବେ ।