ପ୍ରୟାଗରାଜରେ ଟ୍ରାଫିକ ବ୍ୟବସ୍ଥା ସବୁଠୁ ବଡ ଚ୍ୟାଲେଞ୍ଜ

ମହାକୁମ୍ଭ ଶେଷ ହେବାକୁ ଯାଉଛି । ତେଣୁ ପ୍ରୟାଗରାଜରେ ଶେଷ ସମୟରେ ପହଁଚୁଛନ୍ତି ଲକ୍ଷାଧିକ ସଂଖ୍ୟକ ଶ୍ରଦ୍ଧାଳୁ । ଏନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି । ଆଜିଠୁ ୨୬ ତାରିଖ ପର୍ୟ୍ୟନ୍ତ ପୂରା ପ୍ରୟାଗରାଜକୁ କଡ଼ା ସୁରକ୍ଷା ବ୍ୟବସ୍ଥାରେ ରଖାଯିବ ସହ କୌଣସି ପ୍ରକାର ଅଘଟ ଯେପରି ନଘଟେ ସେନେଇ ଧ୍ୟାନ ଦିଆଯାଇଛି । ଜିଲ୍ଲାବାହାରୁ ଆସୁଥିବା ଗାଡିକୁ ସୀମତ ରଖାଯାଇଛି । ଭିଡକୁ ନିୟନ୍ତ୍ରଣ ପାଇଁ ଅଧିକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି । ସେପଟେ ଦଳାଚକଟା ଯେପରି ନଘଟେ ସେନେଇ ଘାଟ ଉପରେ କଡ଼ା ନଜର ରଖାଯାଇଛି । ଟ୍ରାଫିକ ବ୍ୟବସ୍ଥା ସବୁଠୁ ବଡ ଚ୍ୟାଲେଞ୍ଜ । ତେଣୁ ଗାଡି ଗୁଡିକୁ ଡାଇଭର୍ଟ କରାଯିବା ଏବେ ୟୁପି ସରକାରଙ୍କ ପାଇଁ ବଡ ଚ୍ୟାଲେଞ୍ଜ ପାଲଟିଛି।