ସରକାର ବରିଷ୍ଠ ନାଗରିକଙ୍କ ସମସ୍ୟା ନେଇ ସଚେତନ : ବାବୁ ସିଂ

ାା ପ୍ରଭାନୁ୍ୟଜ୍ ।ା ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା  ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି  ।ଏହି ଅବସରରେ ଭୁବନେଶ୍ୱର ସ୍ଥିତ ଫରେଷ୍ଟ ପାର୍କ ଠାରେ ସକାଳ ୬ଘଟିକା ଠାରୁ ବରିଷ୍ଠ ନାଗରିକମାନଙ୍କ ଦ୍ୱାରା ଯୋଗ କାର୍ଯ୍ୟକ୍ରମ ଓ ବନ୍ଧୁମିଳନ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ନିଦେ୍ର୍ଦଶିକା ନିୟତି ପଟ୍ଟନାୟକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ଏହି ଅବସରରେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ଏକସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତସଭାରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସ୍ୱାଗତ ଭାଷଣ ଦେବା ସହ ସମାଜରେ ବରିଷ୍ଠ ନାଗରିକ ମାନଙ୍କର ଭୂମିକା ଉପରେ ଆଲୋକପାତ କରିଥିଲେ । ସଭାରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ବିଧାୟକ ବାବୁସିଂ ବରିଷ୍ଠ ନାଗରିକମାନଙ୍କ ପ୍ରତି ସମାଜର ଦାୟିତ୍ୱ ଏବଂ କର୍ତ୍ତବ୍ୟ ବିଷୟରେ ଆଲୋଚନା କରିଥିଲେ । ବର୍ତ୍ତମାନର ସରକାର ବରିଷ୍ଠ ନାଗରିକମାନଙ୍କ ବିଭିନ୍ନ ସମସ୍ୟା ବିଷୟରେ ସଚେତନ ଥିବା ସହ ଏହାର ସମାଧାନ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁଥିବା ପ୍ରକାଶ କରିଥିଲେ । ଉକ୍ତସଭାରେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଏବଂ ବିଶିଷ୍ଟ ବରିଷ୍ଠ ନାଗରିକମାନେ ଯୋଗ ଦେଇଥିଲେ ।