୨୦ରୁ ଧାଡ଼ି ଦର୍ଶନ ପ୍ରକ୍ରିୟା: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ । ବୁଧବାର ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । 
ସେ କହିଛନ୍ତି ଯେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ହେବ । କେହି ବିନା ଦର୍ଶନରେ ଫେରିବେନି । ବିନା କୌଣସି ସମସ୍ୟାରେ ଶ୍ରଦ୍ଧାଳୁ ଯେମିତି ଦର୍ଶନ କରିବେ ତାହାର ବ୍ୟବସ୍ଥା କରାଯିବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଦୁଇ କମାଣ୍ଡାଣ୍ଟ ରାଙ୍କର ଅଧିକାରୀଙ୍କ ସମେତ ୧୦ ଅତିରିକ୍ତ ଏସ୍‌ପି, ୩୩ ଡିଏସ୍‌ପିଙ୍କ ସମେତ ୬୨ ଇନ୍ସପେକ୍ଟର, ୨୪୫ ସବ୍‌ ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍‌ ଇନ୍ସପେକ୍ଟର, ୩୦ ହାବିଲଦାର, ୨୯୦ ଜଣ କନଷ୍ଟେବଳ ମୁତୟନ ରହିବେ। ଶ୍ରୀମନ୍ଦିର ପରିସରରେ ୨ ଭାଗରେ ପୁଲିସ ମୁତୟନ ହୋଇଛନ୍ତି।