ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି : ପୃଥ୍ବୀରାଜ ହରିଚନ୍ଦନ

ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି । ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଦେଲେ ବଡ଼ ସୂଚନା । ସେ କହିଛନ୍ତି, ଅନ୍ୟ ରାଜ୍ୟଗୁଡ଼ିକ ଭ୍ରମଣ କରିଛନ୍ତି ଅବକାରୀ ଅଧିକାରୀ । ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି ପ୍ରତିନିଧି ଦଳ । ଦିନେ କି ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ନୀତି ଉପରେ ଆଲୋଚନା କରାଯାଇ ସମସ୍ତ ତଥ୍ୟ ଦିଆଯିବ । ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଚଳିତ ମାସରେ ନୂଆ ଅବକାରୀ ନୀତି କାର୍ଯ୍ୟ ଶେଷ ହେବ । ବର୍ତ୍ତମାନ ପୁରୁଣା ଅବକାରୀ ନୀତି ବଳବତ୍ତର ରହିଛି । ନୂଆ ନୀତିରେ ଚୋରା ମାଦକ ଦ୍ରବ୍ୟ ବିକ୍ରି ଉପରେ ରୋକ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସମ୍ପୂର୍ଣ୍ଣ ଓଡ଼ିଶାରେ ଚଢ଼ଉକୁ ଜୋରଦାର କରାଯାଇଛି । ଅକ୍ଟୋବର ୨ ଅର୍ଥାତ ଗାନ୍ଧୀ ଜୟନ୍ତୀରୁ ସଚେତନତା କାର୍ଯ୍ୟକ୍ରମ ‘ନିଶା ନୁହେଁ ଜୀବନ’ ମାସେ ବ୍ୟାପି ଚାଲିବ ।