ଗୁଣ୍ଡିଚା ମନ୍ଦିର ଦ୍ୱାର ନିକଟରେ ଅଗ୍ନିକାଣ୍ଡ

ପୁରୀ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଛି। କେହି ଦୁର୍ବୃତ୍ତ ଅଳିଆ ଗଦାରେ ନିଆଁ ଲଗାଇ ଦେଇଥିବା ଅନୁମାନ କରାଯାଉଛି। ଅଗ୍ନିଶମ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇ ନାହିଁ।
ଆଜି ସକାଳେ ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଥିଲା। ଶୀଘ୍ର ନିଆଁ ଚାରିଆଡେ ବ୍ୟାପି ଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ। ହେଲେ ଅତ୍ୟଧିକ ଧୁଆଁ ହେଉଥିବାରୁ ଅଗ୍ନିଶମ ବାହିନୀକୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇ ପଡ଼ିଥିଲା। ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲେ।