ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି

ପୁରୀରେ ଶ୍ରୀମନ୍ଦିର ସେବାୟତଙ୍କ ଦାଦାଗିରି। ଗଣମାଧ୍ୟମର ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ସେବାୟତ। ସିଂହଦ୍ଵାର ସମ୍ମୁଖରେ ସେବାୟତଙ୍କ ଆକ୍ରମଣର ଶିକାର ହୋଇଛନ୍ତି ମହିଳା ସାମ୍ବାଦିକା। ତାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଜଣେ କ୍ୟାମେରା ମ୍ୟାନ ମଧ୍ୟ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ପ୍ରାୟ ୧୦ରୁ ଅଧିକ ସେବାୟତ ଏହି ଘଟଣାରେ ସମ୍ପୃକ୍ତ ଥିବା ଦେଖିବାକୁ ମିଳିଛି । ଜଣେ ମହିଳା ସାମ୍ବାଦିକାଙ୍କ ସହ ଅନ୍ୟ ଗଣମାଧ୍ୟମର ପ୍ରତିନିଧି ଓ କ୍ୟାମେରା ମ୍ୟାନ ମାନଙ୍କୁ କିଭଳି ଭାବେ ଦୁର୍ବ୍ୟବହାର ପ୍ରଦର୍ଶନ କରୁଛନ୍ତି। ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ଟଙ୍କା ନେଇ ଭକ୍ତ ମାନଙ୍କୁ ଛାଡୁଥିବା ଅଭିଯୋଗ କରିଥିଲେ ଭକ୍ତ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବା ପରେ ଏହାକୁ ନେଇ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଯାହାକୁ ନେଇ ଆଜି ଗଣମାଧ୍ୟମକୁ ଆକ୍ରମଣ କରିଥିଲେ ସେବାୟତ। ଏହି ଘଟଣାରେ ସାମ୍ବାଦିକ ମାନଙ୍କ ପକ୍ଷରୁ ସିଂହଦ୍ଵାର ଥାନାରେ ଏତଲା ଦିଆଯାଇଛି।