ଆନ୍ଦୋଳନରେ ପହଞ୍ଚିବେ ରାହୁଲ ଗାନ୍ଧୀ

ଆନ୍ଦୋଳନରେ ପହଞ୍ଚିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର :  ରାଜଧାନୀରେ କଂଗ୍ରେସର  ରଣହୁଙ୍କାର। କଂଗ୍ରେସର ଗର୍ଜନରେ ରାଜଧାନୀ ଉଠୁଛି ପଡୁଛି । କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ କରୁଛନ୍ତି ପୋଲିସ ଅଧିକାରୀ । ସବୁ ଗେଟ ଆଗରେ ପୋଲିସ ଛାଉଣୀ । ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ତେବେ କଂଗ୍ରେସର ପଦଯାତ୍ରା ମଧ୍ୟରେ ପିସିସି ସଭାପତି ଭକ୍ତ ଦାସ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଆନ୍ଦୋଳନ ଆହୁରି ବ୍ୟାପକ ହେବ। ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଓ ମଲ୍ଲିକାର୍ଜ୍ଜୁନ ଖାର୍ଗେ ଆସିବେ। ଏହି ମହାସଂଗ୍ରାମ ଆହୁରି ବଡ଼ ହେବ। ଏହାରି ଭିତରେ ପିସିସି ସଭାପତି ଭକ୍ତ ଚରଣ ଦାସ ଏକ ଭିଡିଓ ବାର୍ତ୍ତା ଜାରିକରି କହିଛନ୍ତି, ଗୁରୁବାର ଆମେ ଶାନ୍ତି ଶୃଙ୍ଖଳାର ସହ ଆନ୍ଦୋଳନ କରିବୁ। ହେଲେ ଝାରସୁଗୁଡ଼ା ଥାନାରେ ଯୁବ କଂଗ୍ରେସ ସଭାପତିଙ୍କୁ ଅଟକାଯାଇଥିବା ନେଇ ଖବର ମିଳୁଛି। ପ୍ରଶାସନ ଓ ପୋଲିସ ସେ ଭୁଲ କରନ୍ତୁନାହିଁ। ଆପଣ ଶୃଙ୍ଖଳା ରକ୍ଷାକରନ୍ତୁ। ଆମକୁ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବାକୁ ଦିଅନ୍ତୁ। ଯଦି ପୋଲିସ ଏଭଳି ବାତାବରଣ ସୃଷ୍ଟିକରେ ତେବେ ବିଭିନ୍ନ ସ୍ଥାନରେ ବିଦ୍ରୋହ ଦେଖାଦେଇପାରେ। ଯେଉଁଠାରେ ପୋଲିସ କଂଗ୍ରେସ କର୍ମୀଙ୍କୁ ଅଟକାଉଛି କିମ୍ବା ହଇରାଣ ହରକତ କରୁଛି ସେଠାରେ କର୍ମୀମାନେ ହିଂସାର ପଥ ନ ଆପଣାଇ ସବୁ ଝଡ଼ଝଞ୍ଜା ସହି ତୁରନ୍ତ ସୂଚନା ଆମପାଖକୁ ପଠାନ୍ତୁ। ଆପଣମାନେ ସଂଘବଦ୍ଧ ଭାବେ ଏହି ଅନ୍ୟାୟର ମୁକାବିଲା କରିବେ। ଆଗକୁ ଅନେକ ପଥ ଯିବାର ରହିଛି, ଇଏତ ନାମକୁମାତ୍ର ବୋଲି ଭକ୍ତ କଂଗ୍ରେସ କର୍ମୀଙ୍କୁ ଅନୁରୋଧ କରି କହିଛନ୍ତି।