ଡିସେମ୍ବର ୨ ଯାଏଁ ବର୍ଷା, ଜାଣନ୍ତୁ କେଉଁ ଜିଲ୍ଲାରେ କାଚିବ
rain
ଭୁବନେଶ୍ୱର : ଆସନ୍ତା ଡିସେମ୍ବର ୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି ।
ଭୁବନେଶ୍ୱର ଆଇଏମଡ଼ି ପକ୍ଷରୁ କୁହାଯାଇଛିଯେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ ଜିଲ୍ଲାଗୁଡ଼ିକରେ ବିକ୍ଷିପ୍ତ ଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ନଭେମ୍ବର ୩୦ରେ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର , ମୟୁରଭଞ୍ଜ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି । ସେହିପରି ଡିସେମ୍ବର ୨ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଏବଂ ମୟୁରଭଞ୍ଜ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଡିସେମ୍ବର ୩ରୁ ପାଗ ଶୁଖିଲା ରହିବ ବୋଲି ଅନୁମାନ କରାଯାଇଛି ।