ବଙ୍ଗୋପସାଗରରେ ଘନିଭୂତ ଲଘୁଚାପ
ବଙ୍ଗୋପସାଗରରୁ ଆର୍ଦ୍ରତାପୂର୍ଣ୍ଣ ବାୟୁ ରାଜ୍ୟ ଭିତରକୁ ପ୍ରବେଶ କରୁଛି ଯେଉଁ କାରଣରୁ ବର୍ଷା ହେଉଛି । ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଉତ୍ତର ଦିଗକୁ ଗତି କରି ଆସନ୍ତା ୧୨ ଘଣ୍ଟାରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାପରେ ଉତ୍ତର ଉତ୍ତର ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହି କାରଣରୁ ପବନର ଦିଗ ପରିବର୍ତ୍ତନ ହୋଇ ଦକ୍ଷିଣ ପୂର୍ବ ଦିଗରୁ ବାୟୁ ରାଜ୍ୟ ଭିତରକୁ ପ୍ରବାହିତ ହେଉଛି ।
ଆଜି ରାଜ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଜାରି ରହିବ । ସେପଟେ ଉପକୂଳ ଓଡ଼ିଶାର ୧ରୁ ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଉପକୂଳ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାପରେ ରାଜ୍ୟରେ ଆଉ ବିଶେଷ ବର୍ଷା ହେବନାହିଁ କିନ୍ତୁ ପାଗ କୋହଲା ରହିବ । ବର୍ଷା ଛାଡ଼ିଲା ପରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବି ପାଗ ମେଘୁଆ ରହିପାରେ । ସମୁଦ୍ର ଭିତରେ ପବନ ରହିପାରେ ତେଣୁ ପୋର୍ଟ ୱାର୍ଣ୍ଣିଂ ରହିଛି । ମତ୍ସ୍ୟଜୀବୀମାନଙ୍କ ପାଇଁ କୌଣସି ସତର୍କତା ଏଯାଏଁ ଦିଆଯାଇନାହିଁ । ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ଆଜି ସନ୍ଧ୍ୟାରୁ ସତର୍କତା ଜାରି କରାଯିବ । ଏବେ ରାତି ତାପମାତ୍ରା ସ୍ଵାଭାବିକ ଠାରୁ ଅଧିକ ରହିଛି । ୨ରୁ ୩ ଦିନ ପର୍ୟ୍ୟନ୍ତ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହାପରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ତାପମାତ୍ରା ୨ରୁ୪ ଡିଗ୍ରୀ ପର୍ୟ୍ୟନ୍ତ କମିବାର ସମ୍ଭାବନା ରହିଛି ।