୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଘର ବାହାରିବା କଷ୍ଟକର ହୋଇପଡ଼ୁଛି। ଏହି ସମୟରେ ଆଶ୍ୱସ୍ତି କର ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ଆଜିଠୁ ରାଜ୍ୟବାସୀଙ୍କୁ ମିଳିପାରେ ତାତିରୁ ସାମାନ୍ୟ ଆଶ୍ୱସ୍ତି। ରାଜ୍ୟରେ ପାଗରେ ପରିବର୍ତ୍ତନ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ତୋଫାନ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ୭ ତାରିଖରୁ ବର୍ଷାର ବିସ୍ତୃତି ବଢିବ। ୭ ଓ ୮ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ।