ରାଜ୍ୟରେ କାଳବୈଶାଖୀ : ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । କାଳବୈଶାଖୀ ବର୍ଷା ନେଇ ରାଜ୍ୟର ସମସ୍ତ ୩୦ ଜିଲାକୁ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି ପଶ୍ଚିମ, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ହେବ । ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର ଆଡ଼କୁ ଗତି କରିବ। ତେବେ ଲଘୁଚାପ ଆହୁରି ଶକ୍ତିଶାଳୀ ହେବା ନେଇ ପୂର୍ବାନୁମାନ କରିଛି ବିଭାଗ। ଏଥିପାଇଁ ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ସହ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ତେବେ ଏହି ଜିଲାଗୁଡ଼ିକରେ ବଜ୍ରପାତ ଅଧିକ ହେବା ସମ୍ଭାବନା ଥିବାରୁ ଲୋକମାନେ ଅଧିକ ଆଲଟର୍ର୍ ରହିବାକୁ ପରାମର୍ଶ ଦିଆଯାଇଛି। ସେପଟେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ବା ଆଇଏମଡି ସୂଚନା ଅନୁଯାୟୀ ଆସନ୍ତା ୨୨ ତାରିଖରେ ସୃଷ୍ଟି ହେବ ଲଘୁଚାପ । ମେ ୨୧ ତାରିଖରେ ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।