୨୭ରେ ଲଘୁଚାପ !

ତାତିରୁ ମିଳିବ ତ୍ରାହି,ଓଡ଼ିଶାକୁ ଭିଜାଇବ ଲଘୁଚାପ ବର୍ଷା । ଆସନ୍ତା ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।
ଲଘୁଚାପ ପ୍ରଭାବ ପାଇଁ ଆଗାମୀ ସାତ ଦିନ ରାଜ୍ୟରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ଆରବ ସାଗରରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।