ବଙ୍ଗୋପସାଗରରେ ଲଘୁଚାପ : ୨୩ ଯାଏଁ ବର୍ଷା
ଭୁବନେଶ୍ୱର : ଉତ୍ତର ପୂର୍ବ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହୋଇଛି । ଏହା ସହ ଏକ ଉପର ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିମି ଉଚ୍ଚତା ସହ ଦକ୍ଷିଣ ଦିଗକୁ ବିସ୍ତାରିତ ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଆସନ୍ତାକାଲି ସୁନ୍ଦରଗଡ଼ ଓ ଝାରସୁଗୁଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଜୁନ୍ ୨୧ରେ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ଜୁନ୍ ୨୨ରେ ମୟୂରଭଞ୍ଜ ଓ କେନ୍ଦୁଝରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।