ଜୁଲାଇ ୨  ଯାଏଁ ବର୍ଷା


 ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି  । ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବି ସକ୍ରିୟ ରହିଛି  । ଯାହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଳାରେ ବର୍ଷା ହୋଇଛି  । ଅପରପକ୍ଷରେ ଜୁଲାଇ ୨ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । 
ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ  ପ୍ରବଳ ବର୍ଷା ହେବ  । ସେହିପରି ଝଟକା ପବନର ବେଗ ୩୦ରୁ ୪୦ କିଲୋମିଟର ରହିବ  । ଅପରପକ୍ଷରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ ୩୦ରୁ ୪୦କିମି ରହିବ ବୋଲି ଅନୁମାନ କରାଯାଇଛି  । ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଆସନ୍ତା ଜୁଲାଇ ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ଥିବାରୁ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  ।