୧୫ ଜିଲ୍ଲାକୁ ବର୍ଷା ଆଲର୍ଟ ଜାରି

୧୫ ଜିଲ୍ଲାକୁ ବର୍ଷା ଆଲର୍ଟ ଜାରି

 ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ସକାଳୁ ରାଜଧାନୀ ଭୁବନେଶ୍ୱରରେ ବି ବର୍ଷା ଜାରି ରହିଛି। ଏହିଭଳି ପାଗ ବା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଉତ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେଣୁ ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।ସେହିସବୁ ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼କୁ ଅରେଞ୍ଜ ଆଲର୍ଟ। ସେହିପରି୧୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବର୍ଷା ସହିତ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି।