୫ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ନିଂ ଜାରିକରାଯାଇଛି। ବୁଧବାର ମସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ୪ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସତର୍କ କରାଯାଇଛି। ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର ଏହି ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୋଳ ଏବଂ ଦେବଗଡ଼ ଏହି ୬ ଜିଲାକୁ ୟେଲେ ଓ୍ବାର୍ନିଂ ଜାରି ମଧ୍ୟ ଜାରି ହୋଇଥିଲା।