୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ୭ଟି ଜିଲାକୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗକୁ ନେଇ ବଡ଼ ଅପଡେଟ୍ । ଆହୁରି ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷିବ । ଲଘୁଚାପ ସକ୍ରିୟ ରହିଥିବାରୁ ପ୍ରବଳ ବର୍ଷା ହେବ । ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ଝଡ଼ପବନ ହେବାର ଆଶଙ୍କା ରହିଛି। ପାଣିପାଗ ବିଭାଗ ଅନୁଯାୟୀ, କିଛି ସ୍ଥାନରେ ୭୦ରୁ ୨୦୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହା ସହିତ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୧୧ ଜିଲ୍ଲା ହେଉଛି ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର । ଏ ସବୁ ଜିଲ୍ଳାରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି ହୋଇଛି।ଜୁଲାଇ ୫ ତାରିଖ ପରେ ବର୍ଷାର ପରିମାଣ ବଢିବ । ପୁଣି ଏକ ଲଘୁଚାପ ଆସିବାର ସମ୍ଭାବନା ମଧ୍ୟ ରହିଛି । ଏହି ସମୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।