୧୨ ଯାଏଁ ବର୍ଷା

 ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତର ଭାଗ ଓ ଆଖପାଖ ଅଞ୍ଚଳରେ ଉପର ଘୂର୍ଣ୍ଣିବଳୟ ସଞ୍ଚାଳନ ଜାରିରହିଛି  । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି  । ସେହିପରି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଉପରେ ସକ୍ରିୟ ଥିବାବେଳେ ଆସନ୍ତା ୧୨ ଯାଏଁ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି  । 
ଅପରପକ୍ଷରେ ଆସନ୍ତାକାଲି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଥିବାବେଳେ ଝଟକା ପବନର ବେଗ ୩୦ରୁ ୪୦ କିମି ରହିବ  । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି  । ଯେତେବେଳେକି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଯକ ଓ ଜଗତସିଂହପୁରର ଗୋଟିଏ ଦୁଇଟି ସ୍ଥାନରେ ଝଟକା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି  । ..