ଆଗାମୀ ୩ ଘଣ୍ଟାରେ ପ୍ରବଳ ବର୍ଷା!

ଆଗାମୀ ୩ ଘଣ୍ଟାରେ ପ୍ରବଳ ବର୍ଷା!

ରାଜ୍ୟର ୬ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ନବରଙ୍ଗପୁର, ବରଗଡ଼, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼ ଓ ବଲାଙ୍ଗୀର ଭଳି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଅଗଷ୍ଟ ୨ ତାରିଖରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଅଗଷ୍ଟ ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଏପଟେ ଅଗଷ୍ଟ ୭ରୁ ଅଗଷ୍ଟ ୧୦ ତାରିଖ ଯାଏଁ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।