୩ ଜିଲାକୁ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ହାଲୁକା ବର୍ଷା ଲାଗି ରହିବ। ଏହା ପରେ ବର୍ଷାର ପରିମାଣ ବଢ଼ିବ। ଅନ୍ୟ ୨୫ ଜିଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି।