୧୨ରୁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

୧୨ରୁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ୧୨ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି । ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି ଏହି ଘୂର୍ଣ୍ଣିବଳୟ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଭଲ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୨ ତାରିଖରୁ ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ସମ୍ଭାବନା ରହିଛି । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର ବର୍ଷାର ପ୍ରକୋପ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ଗତ କିଛି ଦିନ ହେବ ବର୍ଷା ଉଭାନ ହୋଇଥିବା ବେଳେ ଖରା ବଢ଼ିବା ସହିତ ତାପମାତ୍ରା ଓ ଗୁଳୁଗୁଳିର ପ୍ରଭାବ ପରିଲକ୍ଷିତ ହେଉଛି ।