୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର: ରାଜ୍ୟର ୨୪ଟି ଜିଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ପର୍ଶ କରିଛି। ପାଗ ଅନୁକୂଳ ଥିବାରୁ ମୌସୁମୀ ପୁଣି ସକ୍ରିୟା ହେବା ସହ ବିଭିନ୍ନ ଜିଲାକୁ ପ୍ରବେଶ କରୁଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ ଜିଲ୍ଲାର କଣ୍ଟାମାଳରେ ସର୍ବାଧିକ ୧୦୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି କଳାହାଣ୍ଡିର ଥୁଆମୂଳରାମପୁରରେ ୧୦୨ ଓ କଟକ ଜିଲ୍ଲା ମାହାଙ୍ଗାରେ ୯୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।