ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ରାଜ୍ୟରେ ଏବେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ସୋମବାର କେନ୍ଦୁଝର, ବାଲେଶ୍ୱର ଓ କନ୍ଧମାଳର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବାବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହୋଇଛି। ୧୫ ଜିଲାରେ ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହିଥିବାବେଳେ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୬.୮ ଡିଗ୍ରୀ, ଭବାନୀପାଟଣାରେ ୩୬.୫ ଡିଗ୍ରୀ ଏବଂ ସମ୍ବଲପୁରରେ ୩୬. ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି। ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

 ଲଘୁଚାପଜନିତ ବର୍ଷା ନେଇ ୧୩ ଓ ୧୪ ତାରିଖ ପାଇଁ ବିଭିନ୍ନ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୧୬ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ମଙ୍ଗଳବାର ରାଜ୍ୟରେ ବଜ୍ରପାତ ସହ ବର୍ଷା ହେବ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।