ଆସନ୍ତା ୫ ଦିନ ପ୍ରବଳ ବର୍ଷା ! ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ଼୍ବର : ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଫଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି । ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି ।
ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ସହ ଅଧିକାଂଶ ଜିଲାରେ ସକ୍ରିୟ ହୋଇଛି। ତେବେ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୬ ତାରିଖରେ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ସେହିଭଳି ୨୭ ତାରିଖରେ କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।