୨୫ ଯାଏଁ ପ୍ରବଳ ବର୍ଷା

୨୫ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର:  ମୌସୁମୀ ଟ୍ରଫ୍ ସମ୍ବଲପୁର, ଚାନ୍ଦବାଲି, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି  । ଅପରପକ୍ଷରେ ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାନେଇ ପୂର୍ବାନୁମାନ କରାଯାଇଛି  । ସେହିପରି ୨୫ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି  । ଆସନ୍ତାକାଲି କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ୱର ଓ ବରଗଡ଼ର ଗୋଟିଏ କି ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି  । ହେସିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,  ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହ ବଜ୍ରପାତ ହେବ  । ଏହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଆସନ୍ତା ୨୫ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  ।