ଆଜି ପ୍ରବଳ ବର୍ଷା !

ଭୁବନେଶ୍ୱର: :ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ୮ ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହାକୁ ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼। ଏହି ସବୁ ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।ଅପରପକ୍ଷରେ ୧୨ ତାରିଖ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ୧୩ ତାରିଖଠାରୁ ନୂଆପଡ଼ା ଓ ନବରଙ୍ଗପୁର ଜିଲା ବ୍ୟତୀତ ବାକି ସବୁଠି ପାଗ ମୁଖ୍ୟତଃ ଶୁଖିଲା ରହିବ।